Principal Secretary Sanjay Kumar Singh reviews progress of different projects under Rural Development Department on Thursday

ଗ୍ରାମ୍ଯଉନ୍ନୟନ ବିଭାଗ ଅଧିନସ୍ଥ ସମସ୍ତ ଯୋଜନା ଓ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ କରିବା ପାଇଁ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ନିର୍ଦ୍ଦେଶ ଦେଇଛନ୍ତି। ବିଭାଗର ମାସିକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଶ୍ରୀ ସିଂ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ। ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରୁ ଆସୁଥିବା ଅଭିଯୋଗ ଗୁଡିକର ତ୍ଵରିତ ସମାଧାନ ପୂର୍ବକ ଅନୁପାଳନ ରିପୋର୍ଟ ବିଭାଗକୁ ପ୍ରଦାନ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।